ବାଙ୍କୀରେ ୮୦ତମ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ।

ବାଙ୍କୀ ରୁ ପୁର୍ନେନ୍ଦୁ ନାୟକ

ବାଙ୍କୀରେ ୮୦ତମ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ।

ବାଙ୍କୀ ୨୭.୦୭ ବାଙ୍କୀ ଉପଖଣ୍ଡସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଚଳିତ ବର୍ଷ ଯଥାରୀତି ଆଡମ୍ବର ଭାବେ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳ ଶ୍ରୀମତୀ ମୋନୋସ୍ୱିନୀ ଦାସଙ୍କ ଅଧ୍ୟକ୍ଷତାରେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଉପଜିଲ୍ଲାପାଳ ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହ ବିଗତ ବର୍ଷ ମାନଙ୍କ ପରି ଚଳିତ ବର୍ଷ ମଧ୍ୟ ଜାକଜମକରେ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ବୈଠକରେ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା । ସ୍ୱାଧୀନତା ଦିବସ ଦିନ ଭୋର ୪.୩୦ ରୁ ୫.୩୦ ମିନିଟ ସମୟ ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ଡ଼ାକବାଜି ଯନ୍ତ୍ର ଦ୍ୱାରା ସହର ମଧ୍ୟରେ ‘ରାମଧୁନ’ ପ୍ରଚାର କରାଯିବ। ପ୍ରତ୍ୟୁଷରୁ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରଭାତଫେରୀ ଓ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ , ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନରେ ସକାଳ ୭.୩୦ ମିନିଟ ସୁଦ୍ଧା ଜାତୀୟ ପତାକା ଉତ୍ତୋଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସେହିପରି ପୂର୍ବାହ୍ନ ୯ଟା୧୫ ରେ ସ୍ଥାନୀୟ କଚେରୀ ପଡ଼ିଆରେ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯିବ। ଏହି ଉତ୍ସବରେ ଉପଜିଲ୍ଲାପାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ ଜାତୀୟ ପତାକା ଉତ୍ତୋଳନ କରିବେ। ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯିବ। ଚଳିତ ବର୍ଷ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା, +୨ ଓ +୩ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯିବ , ଉପଖଣ୍ଡର ଶ୍ରେଷ୍ଠ ଚାଷୀଙ୍କୁ ସମ୍ବର୍ଦ୍ଧନା କରାଯିବା ସହିତ ଉପକରାଗାରର କଏଦୀ ଓ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ମିଷ୍ଠାନ ଓ ଫଳ ବଣ୍ଟନ କରାଯିବ ବୋଲି ବୈଠକରେ ସ୍ଥିର କରାଯାଇଛି। ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଶ୍ରୀ ଆଲୋକ କୁମାର ପଟ୍ଟନାୟକ, ତହସିଲଦାର, ଡମପଡା ବୈଶାଖୀ ଲେଙ୍କାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ସମସ୍ତ ଶିକ୍ଷା ଅନୁଷ୍ଠାନର ମୁଖ୍ୟ,ଶିକ୍ଷକ, ଶିକ୍ଷୟିତ୍ରୀ,ଗଣମାଧ୍ୟମର ପ୍ରତିନିଧି ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାଳି ଚରଣ ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପରିଶେଷରେ ତହସିଲଦାର, ବାଙ୍କୀ ଶ୍ରୀ ଅଶେଷ କୁମାର ନାୟକ ଧନ୍ୟବାଦ ଦେଇଥିଲେ।

Leave A Reply

Your email address will not be published.