ପୁରାଣ ଓ ଇତିହାସରେ ରହିଛି ରାକ୍ଷୀ ପୂର୍ଣ୍ଣିମାର ଅନେକ ଘଟଣା । ପୁରାଣରେ ଅସୁର ରାଜା ବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରାକ୍ଷୀ ପୂର୍ଣ୍ଣିମା ଭଉଣୀର ସମ୍ମାନ ରକ୍ଷା କରିଆସିଛି । ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ ଭକ୍ତ ଥିଲେ, ତାଙ୍କ ଉପରେ କୌଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗ କରି ବଳିର ରାଜ ପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାଖୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କ’ଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ । ମହାଭାରତରେ ମଧ୍ୟ ରାକ୍ଷୀ ପୂର୍ଣ୍ଣିମାକୁ ନେଇ ପୌରାଣିକ କାହାଣୀ ରହିଛି । କାହାଣୀ ଟି ହେଲା କୃଷ୍ଣ ଓ ଦ୍ରୌପଦୀଙ୍କର । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଏଥିଯୋଗୁଁ ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଚେଷ୍ଟା କରୁଥିଲେ, ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନ କରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ । ଆଜି ମୋ ନିର୍ବାଚନ ମଣ୍ଡଳୀ ଧର୍ମଶାଳା ଷ୍ଟାଡିୟମ ଠାରେ ଧର୍ମଶାଳା ର ସମସ୍ତ ଗ୍ରାମପଞ୍ଚାୟତ ରୁ ଆସିଥିବା ଭଉଣୀ ମାନଙ୍କ ହାତରୁ ରକ୍ଷାବନ୍ଧନ କରିଥିଲି,ରକ୍ଷା ବନ୍ଧନ ଭାଇ-ଭଉଣୀଙ୍କ ମଧ୍ୟରେ ଏକ ପବିତ୍ର ସମ୍ପର୍କର ବନ୍ଧନ । ନିଜର ସୁରକ୍ଷା ପାଇଁ ଭାଈ ହାତରେ ରାକ୍ଷୀ ବାନ୍ଧିଥାଏ ଉଭଣୀ
ଆଜିର ଏହି ଭଲପାଇବା ପାଇଁ ମୋ ଭଉଣୀ ମାନଙ୍କୁ ଆନ୍ତରିକ ରୁ ବହୁତ ସାରା ଭଲପାଇବା….
Sign in
Sign in
Recover your password.
A password will be e-mailed to you.