ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ବାମରା ତହସିଲଦାର

ବାବୁ ଙ୍କ ଘର ଯାଜପୁର ଜିଲ୍ଲାର କ୍ଷେତ୍ରପାଳ ଗ୍ରାମରେ


୧୫ ହଜାର ଲାଞ୍ଚ ନେବା ପଡିଲା ମହଙ୍ଗା । ଲାଞ୍ଚ ନେଇ ଧରା ପଡିଲେ ଓଏଏସ ବାବୁ । ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।ସୂଚନା ଅନୁସାରେ ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ। ମାତ୍ର ଉକ୍ତ କାର୍ୟ୍ୟ ପାଇଁ ତହସିଲଦାର ଅଶ୍ୱିନୀ ପଣ୍ଡା ଲାଞ୍ଚ ମାଗି ଆସୁଥିବା ଭିକି ସମ୍ବଲପୁର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ।ଶୁକ୍ରବାର ଦିନ ପ୍ରାୟ ୧୧ଟା ସମୟରେ ତହସିଲଦାରଙ୍କ ଡ୍ରାଇଭର ଥିବା ପ୍ରବିନ କୁମାର ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ଲାଞ୍ଚ ପାଇଁ ୧୫ ହଜାର ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ। ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଥିବା ପ୍ରବିନ କୁମାରଙ୍କୁ ଅଟକ ରଖି ସମ୍ବଲପୁରକୁ ନେଇଥିବା ଜଣାପଡିଛି। ଘଟଣାର ଯାଞ୍ଚ ପରେ ପରବର୍ତ୍ତୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.